Cyclone Fengal: ଉପକୂଳ ମୁହାଁ ବାତ୍ୟା ‘ପେଙ୍ଗଲ’;୨୯ ତାରିଖରେ ଛୁଇଁବ ସ୍ଥଳଭାଗ !

ଆଜି ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ଗଭୀର ଅବପାତ । ସମ୍ଭାବ୍ୟ ବାତ୍ୟାର ନାଁ ପେଙ୍ଗାଲ । ତାମିଲନାଡ଼ୁ ଉପକୂଳ ମୁହାଁ ହେବ ବାତ୍ୟା । ଉତ୍ତର ଉତ୍ତରପଶ୍ଚିମ ଦିଗରେ ଗତିକରିବ ବାତ୍ୟା ।

Cyclone Fengal

ଆଜି ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ଗଭୀର ଅବପାତ । ବାତ୍ୟାରେ ପରିଣତ ହେଲେ ଏହା ନାଁ  ହେବ ପେଙ୍ଗାଲ । ଗଭୀର ଅବପାତଟି ବାତ୍ୟାର ରୂପ ନେଇ ତାମିଲନାଡ଼ୁ ଉପକୂଳ ମୁହାଁ ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । 

ଗଭୀର ଅବପାତଟି ଆଜି ଉତ୍ତର-ପଶ୍ଚିମ ଦିଗକୁ ଗତି କରି ବାତ୍ୟାରେ ପରିଣତ ହେବ । ଏହାପରେ ଶ୍ରୀଲଙ୍କା ଉପକୂଳ ଅତିକ୍ରମ କରି ତାମିଲନାଡ଼ୁ ଉପକୂଳ ଆଡ଼କୁ ମୁହାଁଇବ । ୨୯ ତାରିଖ ମଧ୍ୟରେ ଉତ୍ତର ଉତ୍ତରପଶ୍ଚିମ ଦିଗରେ ଗତି କରି ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି । ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳରେ ଲ୍ୟାଣ୍ଡଫଲ୍ କରିବା ନେଇ ପୂର୍ବାନୁମାନ କରିଛି IMD। 

ଅଧିକ ପଢନ୍ତୁ: ଡରାଇଲାଣି ଲଘୁଚାପ!! ନେଇପାରେ ବାତ୍ୟାର ରୂପ ..

ଏହାକୁ ଦୃଷ୍ଟିରେ ରଖି ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳବାସୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ଉପକୂଳ ତାମିଲନାଡୁରେ ଏବେଠୁ ଏହାର ପ୍ରଭାବ ଦେଖାଦେଲାଣି। ନାଗପଟ୍ଟିନମ ଓ ଅନ୍ୟ ଅଞ୍ଚଳରେ ଉଚ୍ଚ ଜୁଆର ଆସିଥିବା ଦେଖିବାକୁ ମିଳିଛି। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ତେବେ ଓଡ଼ିଶା ଉପରେ ଏହାର ପ୍ରଭାବ ପଡ଼ିବ ନାହିଁ । 

ଏପଟେ ବର୍ଷ ପରେ ବର୍ଷ ଉତ୍ତପ୍ତ ହେଉଛି ପୃଥିବୀ, ଭାଙ୍ଗୁଛି ଗୋଟିକ ପରେ ଗୋଟିଏ ରେକର୍ଡ । ପୁଣି ଚିନ୍ତା ବଢ଼ାଇଲା ଚଳିତ ବର୍ଷର ବିଶ୍ୱ ତାପମାତ୍ରା । ୨୦୨୩କୁ ଟପି ସର୍ବକାଳୀନ ରେକର୍ଡ ଭାଙ୍ଗିବ ୨୦୨୪ର ତାତି । ବିଶ୍ୱ ପାଣିପାଗ ସଂଗଠନର ରିପୋର୍ଟ ପରେ ଜାତିସଂଘ ଉଦବେଗ ପ୍ରକାଶ କରିଛି । ମାନବଜାତି ନିଜେ ପୃଥିବୀରେ ନିଆଁ ଲଗାଉଛି ଏବଂ ନିଜେ ହିଁ ତାର ଫଳ ଭୋଗୁଛି ବୋଲି କହିଛନ୍ତି ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟାରେସ୍ ।

ସୂଚନା ଅନୁସାରେ, ଚଳିତବର୍ଷ ଜାନୁଆରୀରୁ ସେପ୍ଟେମ୍ବର ମଧ୍ୟରେ ରେକର୍ଡ ହୋଇଥିବା ବିଶ୍ୱର ହାରାହାରି ତାପମାତ୍ରାକୁ ଦେଖି ଆକଳନ କରାଯାଉଛି ଯେ, ୨୦୨୪ ମସିହା ତାତିରେ ସର୍ବକାଳୀନ ରେକର୍ଡ ଭାଙ୍ଗିବାକୁ ଯାଉଛି । କେବଳ ଏତିକି ନୁହେଁ, ପ୍ରି-ଇଣ୍ଡଷ୍ଟ୍ରିଆଲ୍ ବା ପ୍ରାକ୍-ଔଦ୍ୟୋଗିକ ବିଶ୍ୱ ତାପମାତ୍ରା ସ୍ତର ଠାରୁ ପ୍ରଥମ ଥର ପାଇଁ ଦେଢ଼ ଡିଗ୍ରୀ ଉତ୍ତାପ ବୃଦ୍ଧି ପାଇଛି ।

ଚଳିତ ଶତାବ୍ଦୀରେ ବିଶ୍ୱ ତାପମାତ୍ରା ବୃଦ୍ଧିକୁ ଦେଢ଼ ଡିଗ୍ରୀ ଭିତରେ ସୀମିତ ରଖିବା ପାଇଁ ପ୍ୟାରିସ ରାଜିନାମାରେ ନିଷ୍ପତ୍ତି ନିଆଯାଇଥିଲା । ୨୦୨୩ରେ ଏହା ୧.୪୫ ଡିଗ୍ରୀ ବୃଦ୍ଧି ପାଇଥିଲା । ତେବେ ଚଳିତବର୍ଷ ଏହା ପ୍ରଥମ ଥର ପାଇଁ ୧.୫ ଡିଗ୍ରୀ ବଢ଼ିଥିବାରୁ ଏହାକୁ ନେଇ ବିଶ୍ୱସ୍ତରରେ ଚିନ୍ତା ପ୍ରକାଶ ପାଇଛି ।

ଅଧିକ ପଢନ୍ତୁ: ଇତିହାସରେ ପ୍ରଥମ !! ମରୁଭୂମିରେ ତୁଷାରପାତ