Advertisment

Heavy Rain: ଆସୁଛି ବଡ଼ ବର୍ଷା; ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଆସୁଛି ବଡ଼ ବର୍ଷା। ଆସନ୍ତା ୨୭ ଓ ୨୮ ତାରିଖରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ଆକଳନ କରାଯାଇଛି।

author-image
Tapaswini Nayak
Rain

Rain

ଆସୁଛି ବଡ଼ ବର୍ଷା। ଆସନ୍ତା ୨୭ ଓ ୨୮ ତାରିଖରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ଆକଳନ କରାଯାଇଛି।

Advertisment

ଅଧିକ ପଢ଼ନ୍ତୁ: ସୃଷ୍ଟି ହେଲା ଲଘୁଚାପ, ୩‌୬ ଘଣ୍ଟାରେ ଅବପାତ

ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ। ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୬ ଦିନ ଯାଏ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ। ଆଗାମୀ କିଛି ଘଣ୍ଟାରେ ୨୬ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଏହି ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ ବୋଲି ଅନୁମାନ କରାଯାଉଛି। ଆଗାମୀ ୨ ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି।

Advertisment

ଅନ୍ୟ ପକ୍ଷରେ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ୨୭ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ଲଘୁଚାପ ସୃଷ୍ଟି ହେବାର ୨ ଦିନ ଭିତରେ ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

ଅଧିକ ପଢନ୍ତୁ : ତାତିରୁ ମିଳିବ ଆଶ୍ୱସ୍ତି; ଏଥର ଆଗୁଆ ଓଡ଼ିଶା ଛୁଇଁପାରେ ମୌସୁମୀ

Weather Odisha Weather Weather Update Rain Warning
Advertisment
Advertisment