Advertisment

ସକ୍ରିୟ ରହିଛି ଘୂର୍ଣ୍ଣିବଳୟ; ଆହୁରି ୩ଦିନ ବର୍ଷିବ, ଏହିସବୁ ଜିଲ୍ଲାକୁ ୟେଲୋ ଆଲର୍ଟ..

ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆହୁରି ୩ ଦିନ ବର୍ଷିବ।

ଅଦ୍ୟତନ ହୋଇଛି
weather

weather

Advertisment

ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆହୁରି ୩ ଦିନ ବର୍ଷିବ। ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ବିଭିନ୍ନ ଜିଲ୍ଲାରେ ଭୀଷଣ ବର୍ଷା ସମ୍ଭାବନା ରହିଛି। କିଛି ସ୍ଥାନରେ ମୂଷଳଧାରରେ ବର୍ଷିବ। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୩ ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।

Advertisment

ଏସବୁ ଜିଲ୍ଲାର କିଛି ସ୍ଥାନରେ ୧୨ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ। ସେହିପରି ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ସତର୍କତା। କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ହୋଇପାରେ। ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟ ରହିବା ସମ୍ଭାବନା ରହିଛି। ଆସନ୍ତାକାଲିଠାରୁ ବର୍ଷା ପ୍ରଭାବ ସାମାନ୍ୟ କମିପାରେ। କାଲି ପାଇଁ ୭ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।

ତେବେ ମୌସୁମୀ ସିଜିନରେ ୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୨୪ ଜିଲ୍ଲାରେ ରେକର୍ଡ ହୋଇଛି ନିଅଣ୍ଟିଆ ବର୍ଷା। ଜୁନ ମାସରେ ୪୧ ପ୍ରତିଶତ କମ୍ ବର୍ଷା ହୋଇଛି । ସେପଟେ ଗତ କିଛିଦିନ ତଳେ ରାଜ୍ୟରେ ସକ୍ରିୟ ହେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଭୁବନେଶ୍ୱରକୁ ମୌସୁମୀ ଛୁଇଁବା ସହ ସାରା ରାଜ୍ୟରେ ସକ୍ରିୟ ହୋଇଛି।ମୌସୁମୀ ସକ୍ରିୟ ଯୋଗୁଁ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି ।

Advertisment

ସେପଟେ ଜୁନ୍ ୧ରୁ ଏବେ ସୁଦ୍ଧା ରାଜ୍ୟରେ ସ୍ୱାଭାବିକ ଠାରୁ ୩୯% କମ୍ ବର୍ଷା ହୋଇଛି । ୫ ଜିଲ୍ଲାରେ ସ୍ଥିତି ଅତି ଉତ୍କଟ ଏବଂ ୧୭ ଜିଲ୍ଲାରେ ୨୦ରୁ ୫୯% ନିଅଣ୍ଟିଆ ବର୍ଷା ହୋଇଛି । ବନ୍ୟା ନିୟନ୍ତ୍ରଣ, ନଦୀ ପୁନରୁଦ୍ଧାର ଓ ଜଳପଥର ଉନ୍ନତୀକରଣ ପାଇଁ ରାଜ୍ୟରେ ଗଠନ ହେବ ୪ଟି ବୈଷୟିକ କମିଟି । ଜଳ ସଂପଦ ବିଭାଗ ଅଧିକାରୀଙ୍କ ସହ ଚଳିତ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନା ପ୍ରସ୍ତୁତିର ସମୀକ୍ଷା ସହିତ, ୪ଟି ବୈଷୟିକ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ବନ୍ୟା ପରିଚାଳନା ନୀତି, ମହାନଦୀ ରିଜୁଭେନେସନ୍, ଜଳ ସଂରକ୍ଷଣ ନୀତି ଏବଂ ଆନ୍ତଃ ନଦୀ ଜଳପଥର ଉନ୍ନତି ପାଇଁ କମିଟି ଗଠନ ହେବ । ଏହି କମିଟି ଗଠନ କରି ୧୦୦ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ବନ୍ୟା ନିୟନ୍ତ୍ରଣ ପାଇଁ ନଦୀବନ୍ଧ ସୁଦୃଢ଼ୀକରଣ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

Advertisment
Weather Rain Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ