Advertisment

ଲଘୁଚାପ ପ୍ରଭାବରେ ଆଜି ପ୍ରବଳ ବର୍ଷିବ ! ଏହିସବୁ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ...

ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ଏକାଧିକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Odisha Rainfall Alert

Heavy rain likely to several districts of Odisha under the influence of low pressure

ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ଏକାଧିକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Advertisment

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।

ଏହି ଜିଲ୍ଲା ଗୁଡ଼ିକ ହେଲା-ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ବଲାଙ୍ଗିର, କନ୍ଧମାଳ, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ, କେନ୍ଦୁଝର ମୟୂରଭଂଜ। ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Advertisment

ଖାଲି ଆଜି ନୁହେଁ ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। 

Weather Update Rainfall Alert
Advertisment
Advertisment