ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ଏକାଧିକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।
ଏହି ଜିଲ୍ଲା ଗୁଡ଼ିକ ହେଲା- ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ବଲାଙ୍ଗିର, କନ୍ଧମାଳ, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ, କେନ୍ଦୁଝର ଓ ମୟୂରଭଂଜ। ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
Also Read
ଖାଲି ଆଜି ନୁହେଁ ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି।