• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ରାଜ୍ୟରେ ଆହୁରି ୫ ଦିନ ଧରି ଲାଗି ରହିବ ବର୍ଷା । ଦକ୍ଷିଣ ଉପକୂଳ ଓ ଆଖପାଖରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ୧୮ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜିଲ୍ଲାରେ ଅତି ପ୍ରବଳ ୭ରୁ ୨୦ ସେମି ବର୍ଷା ସମ୍ଭାବନା ରହିଛି ।

ୟେଲୋ ୱାର୍ଣ୍ଣିଂ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ଲଘୁଚାପ ପାଇଁ ୧୬ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ଗଞ୍ଜାମ, ନୟାଗଡ଼ ଓ ବଲାଙ୍ଗିର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେପଟେ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାଗୁଡ଼ି ହେଲା ପୁରୀ, ଖୋର୍ଦ୍ଧା, କଟକ, ଗଜପତି, ଜଗତସିଂହପୁର, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଅନୁଗୁଳ ଓ ସମ୍ବଲପୁର ।

ଅନ୍ୟପଟେ ପ୍ରବଳ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ୍ ଅଂଚଳରେ ଫସଲ ନଷ୍ଟ ହୋଇଯାଇଛି । ଅନେକ ଲୋକଙ୍କ ଘରେ ପାଣି ଜମି ରହିଛି । ଘର ଭିତରେ ଆଣ୍ଟୁଏ ପାଣି ସାଙ୍ଗକୁ ଶହ ଶହ ଏକର ଧାନ ଚାଷ ନଷ୍ଟ ହୋଇଯାଇଛି । ମୁଖ୍ୟ ରାସ୍ତା ଠାରୁ ଆରମ୍ଭ କରି ସହର ଏବଂ ଚାଷ ଜମି ସବୁଆଡେ ଖାଲି ପାଣି ଦେଖିବାକୁ ମିଳୁଛି ।