Advertisment

ଲଘୁଚାପ ଆଣୁଛି ମୂଷଳଧାରା ବର୍ଷା; ଆଜି ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ...

୨୪ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଅବପାତ। ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଅଦ୍ୟତନ ହୋଇଛି
Heavy Rain Alert in Odisha for Next 4 Days

Heavy rain

Advertisment

ଲଘୁଚାପ ଆଣୁଛି ବଡ଼ ବର୍ଷା। ୨୪ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଅବପାତ। ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଆଜି ୱେଲ୍ ମାର୍କଡ ଲୋ-ପ୍ରେସର ବା ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଉତ୍ତରପଶ୍ଚିମ  ଦିଗରେ ଗତି କରିବ। ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ନେବ ଅବପାତ ରୂପ। 

Advertisment

ସମ୍ଭାବ୍ୟ ଡିପ୍ରେସନ୍ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ପରବର୍ତ୍ତୀ ୨୪ ଘଣ୍ଟାରେ ଅବପାତ ଓଡ଼ିଶା ଉପକୂଳ ଅତିକ୍ରମ କରିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ୪ ଦିନ ଭୀଷଣ ବର୍ଷା ହେବ। କିଛି ଜିଲ୍ଲାରେ ମୂଷଳଧାରାରେ ବର୍ଷା ହୋଇପାରେ।

ଅଧିକ ପଢ଼ନ୍ତୁ: ସପ୍ତାହେ ଭିଜାଇବ ! ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ...

Advertisment

ଆଜି ପାଇଁ ୧୦ ଜିଲ୍ଲା କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କନ୍ଧମାଳ, ବୌଦ୍ଧ ଓ ପୁରୀ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ଏଥିରୁ କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ ଆଉ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ସମ୍ଭାବନା ରହିଛି। ସେହିପରି ୯ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେୱୋ ଆଲର୍ଟ। କାଲି ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ୨୨ ତାରିଖ ଯାଏ ରାଜ୍ୟରେ ଜାରି ରହିବ ବର୍ଷା। 

ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠୁ ଓଡ଼ିଶା ଉପକୂଳ ଓ ସଲଗ୍ନ ଉତ୍ତର ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ବର୍ଷାରେ କିଛି ସ୍ଥାନରେ କଚ୍ଚା ଘର ଭାଙ୍ଗିପାରେ। ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଦେଖାଦେଇପାରେ। ସମ୍ଭାବ୍ୟ ସ୍ଥିତିକୁ ଦେଖି ପ୍ରଭାବିତ ଆଶଙ୍କା ଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର।

Advertisment

Weather Update Rainfall Alert Odisha Monsoon
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ