Advertisment

ବଙ୍ଗୋପସାଗରରେ ଲଘୁଚାପ: ୧୪ ଜିଲ୍ଲାରେ ପ୍ରବଳ ବର୍ଷିବ

କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତାସହ ୯ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେସବୁ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ସମ୍ବଲପୁର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଢେଙ୍କାନାଳ ଓ କଟକ। ତେବେ ଲଘୁଚାପ ଯୋଗୁଁ ଅଗଷ୍ଟ ୧ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଏହି ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ବହିବା ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୧୨ ଜିଲ୍ଲାକୁ ୱାର୍ଣ୍ଣିଂ

Heavy Rainfall

Advertisment

ଭୁବନେଶ୍ୱର: ଆସନ୍ତାକାଲି ଯାଏଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ମୟୂରଭଞ୍ଜ-ବାଲେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ପାଇଁ ଅନ୍ୟ ୧୨ ଜିଲ୍ଲାକୁ ମଧ୍ୟ ସତର୍କ ସୂଚନା ଜାରି ହୋଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଯାଜପୁର, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ସୋନପୁର, ବୌଦ୍ଧ, ବରଗଡ଼କୁ ୱାର୍ଣ୍ଣିଂ ଜାରି ହୋଇଛି ।

Advertisment

ୱେଲମାର୍କ ଲୋ’ ପ୍ରେସରରେ ପରିଣତ ହେଲା ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ଏହାସହ ଆସନ୍ତା ୨୪ ଘଣ୍ଟା ପାଇଁ ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତାସହ ୯ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେସବୁ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ସମ୍ବଲପୁର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଢେଙ୍କାନାଳ ଓ କଟକ। ତେବେ ଲଘୁଚାପ ଯୋଗୁଁ ଅଗଷ୍ଟ ୧ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଏହି ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ବହିବା ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

ସୂଚନା ଅନୁସାରେ, ଜୁଲାଇ ୩୦ ସକାଳ ସାଢ଼େ ୮ଟାରୁ ଜୁଲାଇ ୩୧ ସକାଳ ସାଢ଼େ ୮ଟା ଯାଏ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହୋଇପାରେ। ନୂଆପଡ଼ା, ବଲାଙ୍ଗିର, କେନ୍ଦୁଝର, ସୋନପୁର ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Advertisment

ଜୁଲାଇ ୩୧ରେ ନୂଆପଡ଼ା, ନବରଙ୍ଗପୁର ଏବଂ ବରଗଡ଼ ଜିଲ୍ଲାରେ ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଜୁଲାଇ ୩୦ ଯାଏ ଓଡ଼ିଶା ଉପକୂଳ, ଉତ୍ତର-ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ସମୁଦ୍ର ଅଞ୍ଚଳକୁ ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Odisha Heavy Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ