/odishatv-khabar/media/post_attachments/uploadimage/library/16_9/16_9_0/rainfall_1627612585.jpg)
rainfall
ଭୁବନେଶ୍ୱର: ଆଜିଠାରୁ ୨ ଦିନ ଯାଏଁ ପ୍ରବଳ ବର୍ଷାରେ ଭିଜିବ ରାଜ୍ୟର ଅଧାରୁ ଅଧିକ ଅଞ୍ଚଳ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। ଲଘୁଚାପ ପ୍ରଭାବରେ ଆଜି ଓ ଆସନ୍ତାକାଲି ବର୍ଷାର ପରିମାଣ ବଢିବ। ଦକ୍ଷିଣ ଓଡିଶାର ଉପକୂଳ ଅଞ୍ଚଳରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦କିଲୋମିଟର ରହିପାରେ। ସମୁଦ୍ର ଅଶାନ୍ତ ହେବାର ସମ୍ଭାବନା ଥିବାରୁ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।
୧୪ ଜିଲ୍ଲାକୁ ୱାର୍ଣ୍ଣିଂ:
ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ସେହି ଜିଲ୍ଲାଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, କନ୍ଧମାଳ, ବଲାଙ୍ଗିର, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି। କାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।
ତେବେ ଆଜି ସକାଳ ୮.୩୦ ପର୍ଯ୍ୟନ୍ତ ୨୨ଟି ଜିଲ୍ଲାରେ ବର୍ଷାର ପ୍ରଭାବ ରହିବାର ଥିବାରୁ ସେସବୁ ଜିଲ୍ଲାକୁ ୟେଲୋ ଓ୍ବାଣ୍ଣିଂ ଜାରି କରାଯାଇଥିଲା। ୬ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ପୂର୍ବାନୁମାନ କରିଥିଲା ପାଣିପାଗ ବିଭାଗ। ସେହି ୬ଟି ଜିଲ୍ଲା ହେଉଛି ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ ଏବଂ ପୁରୀ। ଜୁନ୍ ୧ରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସ୍ୱାଭାବିକଠାରୁ ୩୦ ପ୍ରତିଶତ କମ ବର୍ଷା ରେକର୍ଡ ହୋଇଥିବାରୁ ଏହି ବର୍ଷା ଚାଷୀଙ୍କୁ କିଛି ପରିମାଣରେ ଆଶ୍ୱସ୍ତ କରିପାରେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)