Heavy Rainfall Alert For 6 Districts Of Odisha
ଲଘୁଚାପ ପ୍ରଭାବରେ ପୁଣି ହେବ ପ୍ରବଳ ବର୍ଷା। ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତକାଲି ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳର ମଧ୍ୟଭାଗରେ ଏକ ଅବପାତର ରୂପ ନେବାର ସମ୍ଭାବନା ରହିଛି।
ଏହାସହ ପରବର୍ତ୍ତୀ ୩ ଦିନ ଯାଏ ତାମିଲନାଡୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ୨୧ ତାରିଖ ବେଳକୁ ଓଡ଼ିଶା ର ୭ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି ଓ କୋରାପୁଟ। ଏହିସବୁ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/s_1668743305.jpg)