Advertisment

ପୁଣି ଲଘୁଚାପ: କାଲିଠୁ ପ୍ରବଳ ବର୍ଷିବ

ବାତ୍ୟା ଗୁଲାବ ଯାଉ ଯାଉ ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ କ୍ଷେତ୍ର। ଆଗାମୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବ। ପଶ୍ଚିମବଙ୍ଗ ନିକଟରେ ଥିବାରୁ ଉତ୍ତର ପଶ୍ଚିମ ଭାଗରେ ଏହାର ଅଧିକ ପ୍ରଭାବ ରହିବ

Heavy Rainfall Alert In Odisha

Heavy Rainfall Alert In Odisha

Advertisment

ଭୁବନେଶ୍ୱର: ବାତ୍ୟା ଗୁଲାବ ଯାଉ ଯାଉ ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ କ୍ଷେତ୍ର। ଆଗାମୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବ। ପଶ୍ଚିମବଙ୍ଗ ନିକଟରେ ଥିବାରୁ ଉତ୍ତର ପଶ୍ଚିମ ଭାଗରେ ଏହାର ଅଧିକ ପ୍ରଭାବ ରହିବ। ଆଗାମୀ ୩ ଦିନ ଧରି ଏହାର ପ୍ରଭାବ ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଏହାର ପ୍ରଭାବରେ ୫ ଜିଲ୍ଳାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି।

Advertisment

ଆସନ୍ତାକାଲି ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ୩ ଟି ଜିଲ୍ଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜରେ ଅତି ପ୍ରବଳ ବର୍ଷା ସଂଭାବନା ଥିବାରୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ବର୍ଷା ଯୋଗୁ ବୁଢାବଳଂଗ, ସୁବର୍ଣ୍ଣରେଖା, ଜଳକା ନଦୀରେ ବନ୍ୟା ପାଣି ଆସିବା ଆଶଙ୍କା ରହିଛି।

Heavy Rainfall Alert Weather Report
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ