• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ବି ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବାର ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆଜି ଉତ୍ତର ଓଡ଼ିଶା, ଉପକୂଳ ଏବଂ ଦକ୍ଷିଣ-ଉପକୂଳ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଜି ବିଶେଷ କରି ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ଢେଙ୍କାନାଳ, କଟକ, ଯାଜପୁର, ଜଗତସିଂହପୁର ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା ରହିଛି । ସେହିପରି କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଂଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି ଏବଂ କନ୍ଧମାଳ ଜିଲ୍ଲାରେ ଝଡ଼ ବର୍ଷା ସମ୍ଭାବନା ରହିଛି । କିଛି କିଛି ସ୍ଥାନରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି. ରହିବା ସହ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

ବିଶେଷ କରି ଢେଙ୍କାନାଳ, କଟକ, ଯାଜପୁର ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗତକାଲି ମଧ୍ୟରାତ୍ରୀରେ ରାଜଧାନୀ ଭୁବନେଶ୍ୱରରେ ବିଳମ୍ବିତ ରାତିରେ ଝଡ଼ବର୍ଷା ହୋଇଛି ।