Advertisment

ଟ୍ୱିନ୍‌ ସିଟିରେ ପ୍ରବଳ ବର୍ଷିବ !

ବର୍ଷା ଯୋଗୁଁ କିଛି ତଳିଆ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ରହିଛି। ଗତକାଲି ମଧ୍ୟ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ଅଣ୍ଟାଏ ପାଣି ଚାଲିବା ବେଳେ ଘର, ଆପାର୍ଟମେଣ୍ଟ ଭିତରେ ବି ପାଣି ପଶିଯାଇଥିଲା। ସେହିପରି ପୁରୀ, କଟକ, ଜଗତସିଂହପୁର ଭଳି ବିଭିନ୍ନ ଜିଲ୍ଲାରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି।

ଅଦ୍ୟତନ ହୋଇଛି
Heavy Rainfall Alert

Heavy Rainfall

Advertisment

ଭୁବନେଶ୍ୱର: ଡିପ୍ରେସନ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଗତକାଲିଠାରୁ ଜାରି ରହିଛି ବର୍ଷା କଟକରେ ପ୍ରବଳ ବର୍ଷା ଯୋଗୁଁ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି। ବିଭିନ୍ନ ସାହି ଗଳିରେ ଜମି ରହିଛି ବର୍ଷା ପାଣି। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ପ୍ରବଳ ବର୍ଷା ହୋଇଛି। ଗତକାଲି ରାତି ୮ଟା ୩୦ରୁ ଆଜି ଭୋର ୪ଟା ୩୦ ମଧ୍ୟରେ ଭୁବନେଶ୍ୱର ଏୟାରପୋର୍ଟ ଅଞ୍ଚଳରେ ୧୮୪ ମିଲି ମିଟର ବର୍ଷା ରେକର୍ଡ କରାଯାଇଛି। ରାଜଧାନୀ ଭୁବନେଶ୍ୱର ଓ କଟକରେ ଆସନ୍ତା ୬ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅନ୍ୟପକ୍ଷେ, ବର୍ଷା ବିତ୍ପାତ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି ଯେ ଗତ ୫ ବର୍ଷ ମଧ୍ୟରେ ଏଭଳି ବର୍ଷା ହୋଇନି ।

Advertisment

ବର୍ଷା ଯୋଗୁଁ କିଛି ତଳିଆ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ରହିଛି। ଗତକାଲି ମଧ୍ୟ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ଅଣ୍ଟାଏ ପାଣି ଚାଲିବା ବେଳେ ଘର, ଆପାର୍ଟମେଣ୍ଟ ଭିତରେ ବି ପାଣି ପଶିଯାଇଥିଲା। ସେହିପରି ପୁରୀ, କଟକ, ଜଗତସିଂହପୁର ଭଳି ବିଭିନ୍ନ ଜିଲ୍ଲାରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି।

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ଏହା ଅବପାତରେ ପରିଣତ ହୋଇଛି। ଏହା କ୍ରମଶ ଉତ୍ତର, ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଚାନ୍ଦବାଲି ଦେଇ ଅତିକ୍ରମ କରିବ। ୧୩ ତାରିଖ ସକାଳ ସୁଦ୍ଧା ଓଡ଼ିଶା ଉପକୂଳ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଯେହେତୁ ଅବପାତର ରୂପ ନେଇଛି, ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ଘଣ୍ଟା ପ୍ରତି ୫୫ ଓ ଝଟ୍‌କା ପବନ ୬୫ କିମି ରହିବ। ଆଜି ୫ ଆଭ୍ୟନ୍ତରୀଣ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment
Odisha Weather Twin City
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ