Advertisment

୨ ଦିନ ପ୍ରବଳ ବର୍ଷିବ

ଏପଟେ ଲଗାଣ ବର୍ଷାରେ ବେହାଲ୍ ହୋଇଛି ମାଲକାନଗିରି ଜିଲ୍ଲାର କୋରକଣ୍ଡା ଓ ଏମ୍‌ଭି-୩୭ ପୋଲ ଉପରେ ପାଣି କମୁଥିବାବେଳେ ପୋଟେରୁ, କାଙ୍କରିକୁଣ୍ଡା ଅଞ୍ଚଳରେ ପାଣି ବଢୁଛି। ମାଲକାନଗିିରିରୁ ମୋଟୁକୁ ଏବଂ ଆନ୍ଧ୍ରକୁ ଯୋଗାଯୋଗ ବିଛିନ୍ନ ହୋଇଛି।

୨ ଦିନ ପ୍ରବଳ ବର୍ଷିବ

Rainfall

Advertisment

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଗକୁ ଆହୁରି ଦୁଇ ଦିନ ମଧ୍ୟମରୁ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଅନୁମାନ କରିଛି। ଆସନ୍ତାକାଲି ସକାଳ ଯାଏଁ ୨୩ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଦିଆଯାଇଛି। ଗଂଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, କନ୍ଧମାଳ ଓ ମାଲକାନଗିରି ଭଳି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଚେତବନୀ ଦେଇଛି ପାଣିପାଗ ବିଭାଗ।

Advertisment

ଏପଟେ ଲଗାଣ ବର୍ଷାରେ ବେହାଲ୍ ହୋଇଛି ମାଲକାନଗିରି ଜିଲ୍ଲାର କୋରକଣ୍ଡା ଓ ଏମ୍‌ଭି-୩୭ ପୋଲ ଉପରେ ପାଣି କମୁଥିବାବେଳେ ପୋଟେରୁ, କାଙ୍କରିକୁଣ୍ଡା ଅଞ୍ଚଳରେ ପାଣି ବଢୁଛି। ମାଲକାନଗିିରିରୁ ମୋଟୁକୁ ଏବଂ ଆନ୍ଧ୍ରକୁ ଯୋଗାଯୋଗ ବିଛିନ୍ନ ହୋଇଛି।

OTVକୁ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଥିଲେ ଯେ- ଜୁନ୍ ୧ରୁ ଅଗଷ୍ଟ ୧୨ ପର୍ଯ୍ୟନ୍ତ ରାଜ୍ୟର ୨୪ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି। କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟରେ ବର୍ଷା ନିଅଣ୍ଟିଆ ନାହିଁ। ଭଦ୍ରକ, ଯାଜପୁର, କେନ୍ଦୁଝର, ବଲାଙ୍ଗିର, କଳାହାଣ୍ଡିରେ ବେଶି ନିଅଣ୍ଟିଆ ରହିଛି। ତେବେ ଅଗଷ୍ଟ ମାସରେ ସମସ୍ତ ୩୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ଅଗଷ୍ଟ ୧୫ ପର୍ଯ୍ୟନ୍ତ ରାଜ୍ୟରେ ଏମିତି ନିଅଣ୍ଟିଆ ସ୍ଥିତି ଲାଗି ରହିବ ବୋଲି କହିଥିଲେ। 

Advertisment
Odisha News Heavy Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ