Advertisment

ଆସୁଛି ବଡ଼ ବର୍ଷା: ବଙ୍ଗୋପସାଗର ଅଞ୍ଚଳରେ ୫୫ କିମି ବେଗରେ ବହିବ ପବନ

ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ୨୫ ରୁ ୨୭ ତାରିଖ ଯାଏଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି।

ଅଦ୍ୟତନ ହୋଇଛି
Heavy Rainfall alert

Heavy Rainfall alert

Advertisment

ଆସୁଛି ବଡ ବର୍ଷା। ଆସନ୍ତା ୨୬ରେ ଅବପାତ ରୂପ ନେଇ ପାରେ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ୨୫ରୁ ୨୭ ଯାଏଁ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ। ଏଥିପାଇଁ ରାଜ୍ୟର ୧୦ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

Advertisment

ପାଣିପାଗ ବିଭାଗ କହିଛି, ସମ୍ଭାବ୍ୟ ଲଘୁଚାପ ଏବଂ ଶକ୍ତିଶାଳୀ ମୌସୁମୀ ପ୍ରବାହ ହେତୁ ଓଡିଶା ଉପକୂଳର ଆଖପାଖ ଅଞ୍ଚଳ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତତ-ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୨୫ ରୁ ୨୭ ତାରିଖ ଯାଏଁ ଘଣ୍ଟା ପ୍ରତି ୪୫ ରୁ ୫୫ କିମି ବେଗରେ ବହିପାରେ।

Advertisment

ସେହିଭଳି ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ୨୫ ରୁ ୨୭ ତାରିଖ ଯାଏଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ଏହି ସମୟ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା କାରଣରୁ ଲୋକଙ୍କୁ ସତର୍କ ରହିବାକୁ ସୂଚନା ଜାରି କରିଛି ପାଣିପାଗ ବିଭାଗ।

Advertisment

ସାମୟିକ ଭାବେ ତଳୁଆ ଅଞ୍ଚଳରେ ପାଣି ଜମିବା, ତୀବ୍ର ବୃଷ୍ଟିପାତ ସମୟରେ ରାସ୍ତାରେ ଦୃଶ୍ୟମାନ ଦୂରତା କମିବା, ଯାତାୟତ ବାଧା ପ୍ରାପ୍ତ ହେବା, ସହରାଞ୍ଚଳରେ ଟ୍ରାଫିକ ଜନିତ ସମସ୍ୟା ଉପୁଜିବା ଆଶଙ୍କା କରାଯାଇଛି।

ସେହିଭଳି ମୂଷଳ ଧାରାରେ ବର୍ଷା ପ୍ରଭାବରେ ମାଟିକାନ୍ଥ ପଡ଼ିବା, ଉଭୟ କଚ୍ଚା ଘର ଏବଂ କଚ୍ଚା ରାସ୍ତା ପ୍ରଭାବିତ ହେବା, ଚାଷ ଜମି ପାଣିରେ ଜମିବା ଏବଂ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ଥିବାରୁ ଏଥିପାଇଁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ସେହିଭଳି ସମୁଦ୍ର ଅଶାନ୍ତ ରହିବା କାରଣରୁ ୨୫ ରୁ ୨୭ ତାରିଖ ଯାଏଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

Depression Low Pressure Bay Of Bengal
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ