Advertisment

ପ୍ରବଳ ବର୍ଷା ଆଶଙ୍କାରେ ଏହିସବୁ ଜିଲ୍ଲାରେ ସ୍କୁଲ୍‌ ବନ୍ଦ ଘୋଷଣା

ଉତ୍ତର ଓଡିଶାରେ ଲଗାଣ ବର୍ଷା ପରିସ୍ଥିତିକୁ ଆହୁରି ସଙ୍ଗୀନ କରି ଦେଇଛି। ଏହାକୁ ଦୃଷ୍ଟିରେ ରଖି କିଛି ଜିଲ୍ଲାରେ ସ୍କୁଲ୍‌ ବନ୍ଦ ଘୋଷଣା ହୋଇଛି।

ଅଦ୍ୟତନ ହୋଇଛି
Heavy Rainfall Alert In Odisha School To Be Closed In These Districts

Heavy Rainfall Alert In Odisha School To Be Closed In These Districts

Advertisment

ବନ୍ୟା ଆଁରେ ରାଜ୍ୟର ୧୨ ଜିଲ୍ଲା ଗାଁ। ଗାଁରେ ଏବେବି ପାଣିର ସୁଅ ଚାଲିଛି। ଶହ ଶହ ଗାଁ ଜଳବନ୍ଦୀ ଥିବାବେଳେ ଅହରହ ବର୍ଷା ଉପୁଜାଇଛି ହାହାକାର ସ୍ଥିତି। କିଏ ଛାତ ଉପରେ ତ ଆଉ କିଏ ରାସ୍ତା ଉପରେ ପଲିଥିନ ଟାଣି ଅପେକ୍ଷା କରିଛନ୍ତି ପାଣି କମିବାକୁ। ଅସହାୟ ଅବସ୍ଥାରେ ପଡ଼ି ରହିଛନ୍ତି ହଜାର ହଜାର ବିପନ୍ନ। ଏଭଳି ସ୍ଥିତିରେ ଉତ୍ତର ଓଡିଶାରେ ଲଗାଣ ବର୍ଷା ପରିସ୍ଥିତିକୁ ଆହୁରି ସଙ୍ଗୀନ କରି ଦେଇଛି। ଏହାକୁ ଦୃଷ୍ଟିରେ ରଖି କିଛି ଜିଲ୍ଲାରେ ସ୍କୁଲ୍‌ ବନ୍ଦ ଘୋଷଣା ହୋଇଛି।

Advertisment

ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆଜି ଭଦ୍ରକ ଜିଲ୍ଲାର ସମସ୍ତ ସ୍କୁଲ୍ ଏବଂ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ। ପ୍ରବଳ ବର୍ଷା ପାଇଁ ଜିଲ୍ଲାର ସମସ୍ତ ସ୍କୁଲ୍ ଏବଂ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ସ୍କୁଲ୍‌ରେ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଉପସ୍ଥିତ ରହିବେ।

ସେହିପରି ଲଘୁଚାପ ଜନିତ ପ୍ରବଳ ବର୍ଷା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ଏବଂ ଅଙ୍ଗନବାଡିକୁ କେନ୍ଦୁଝର ଜିଲ୍ଲା ପ୍ରଶାସନ ବନ୍ଦ ଘୋଷଣା କରିଛି । ତେବେ ସମସ୍ତ କର୍ମଚାରୀ ଶିକ୍ଷାନୁଷ୍ଠାନକୁ ଯିବେ। କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଦେବା ପରେ କେନ୍ଦୁଝର ଜିଲ୍ଲା ଶିକ୍ଷାଧିକାରୀ ଏହି ନିଷ୍ପତ୍ତି ନେଇଛନ୍ତି। ମୟୂରଭଞ୍ଜରେ ମଧ୍ୟ ବର୍ଷା ପାଇଁ ଆଜି ସ୍କୁଲ୍‌ ଛୁଟି ଘୋଷଣା କରାଯାଇଛି। 

Advertisment

Heavy Rainfall Alert Weather In Odisha Rain In Odisha Odisha Flood Odisha Flood Fury Flood In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ