Advertisment

୧୦ ସନ୍ଧ୍ୟାରୁ ବର୍ଷା ! ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିପାରେ

ବାତ୍ୟା ପ୍ରଭାବରେ ୧୦ ତାରିଖ ସନ୍ଧ୍ୟାରୁ ୧୨ ତାରିଖ ସକାଳ ଯାଏ ବର୍ଷା ହୋଇପାରେ। ୯, ୧୦ ଓ ୧୧ ତାରିଖରେ ସମୁଦ୍ର ଅଶାନ୍ତ ରହିବ।

author-image
Rajalaxmi Sahoo
Heavy Rainfall Alert

Heavy Rainfall Alert

ଗଭୀର ଅବପାତ ପରେ ବଙ୍ଗୋପସାଗରରେ ବାତ୍ୟା ‘ଅସାନି’ ସୃଷ୍ଟି ହୋଇଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ୧୦ ତାରିଖ ସନ୍ଧ୍ୟାରୁ ବର୍ଷା ହେବାର ସମ୍ଭାବନା ରହିଛି। ବାତ୍ୟା ପ୍ରଭାବରେ ୧୦ ତାରିଖ ସନ୍ଧ୍ୟାରୁ ୧୨ ତାରିଖ ସକାଳ ଯାଏ ବର୍ଷା ହୋଇପାରେ। 

Advertisment

୧୦ ତାରିଖରେ ଗଜପତି, ଗଞ୍ଜାମ ଓ ପୁରୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୧୧ ତାରିଖରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁର।

୯, ୧୦ ଓ ୧୧ ତାରିଖରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସଜୀବୀଙ୍କୁ ବାରଣ କରାଯାଇଛି। ରାଜ୍ୟର ୪ଟି ବନ୍ଦର ପାଇଁ ୧ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି। ଉପକୂଳ ଅଞ୍ଚଳରେ ୪୦ରୁ ୫୦ କି.ମି. ବେଗରେ ପବନ ବହିପାରେ। ୧୧ଟି ଉପକୂଳବର୍ତ୍ତୀ ଜିଲ୍ଲାରେ ବାତ୍ୟାର ପ୍ରଭାବ ରହିବ।

Advertisment
Heavy Rainfall Cyclone Warning Cyclone Alert Cyclone Asani
Advertisment
Advertisment