Advertisment

Heavy Rainfall Alert: ଆଜିଠୁ ୨ ଦିନ ରାଜ୍ୟରେ ପ୍ରବଳ ବର୍ଷା !

ଦକ୍ଷିଣ ବାଂଲାଦେଶ ଏବଂ ତାହାର ଆଖପାଖ ଅଞ୍ଚଳର ବାୟୁ ମଣ୍ଡଳ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

author-image
Sujit kumar Swain
Heavy Rainfall Alert

Heavy Rainfall Alert

ଆଜିଠୁ ଦୁଇଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଦକ୍ଷିଣ ବାଂଲାଦେଶ ଏବଂ ତାହାର ଆଖପାଖ ଅଞ୍ଚଳର ବାୟୁ ମଣ୍ଡଳ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟରେ ଅନେକ ସ୍ଥାନରେ ବିଶେଷ କରି ଉତ୍ତର ଆଭ୍ୟନ୍ତରଣ, ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

Advertisment

ରାଜ୍ୟରେ ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ଗୋଟେ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ବର୍ଷା ସହ ବିଜୁଳି ଘଡଘଡି ଓ ଘଣ୍ଟା ପ୍ରତି ୩୦ ରୁ ୩୫ କିମି ବେଗରେ ପବନ ବୋହିବା ସହ ଝଟକା ପବନ ବହିବ । କେନ୍ଦୁଝର, ନୂଆପଡ଼ା, ମୟୂରଭଞ୍ଜ, କଳାହାଣ୍ଡି ଓ ବଲାଙ୍ଗିର, ଏହି ୫ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ପବନ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ଉପକୂଳ ଓଡିଶା ଓ ତାର ପାର୍ଶ୍ବବର୍ତୀ ୧୫ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ କଳାହାଣ୍ଡି ଜିଲ୍ଲା ଥୁଆମୂଳ ଠାରେ ୫୫ ମିଲି ମିଟର ବର୍ଷା ରେକର୍ଡ ହୋଇଛି ବୋଲି ସୂଚନା ମିଳିଛି। 

Heavy Rainfall Alert Heavy Rainfall
Advertisment
Advertisment