/odishatv-khabar/media/post_attachments/uploadimage/library/16_9/16_9_0/IMAGE_1751778939.jpg)
Heavy Rainfall Alert
ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଗାଙ୍ଗୀୟ-ପଶ୍ଚିମବଙ୍ଗ ଉପତ୍ୟକାରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି ।
ଏପଟେ ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ମେଘୁଆ ପାଗ ସହ ବିଭିନ୍ନ ଜିଲ୍ଲାରେ ଲାଗି ରହିଛି ବର୍ଷା। ଆଜି ବି ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ। ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଭୀଷଣ ବର୍ଷା ନେଇ କେନ୍ଦୁଝରୃ, ମୟୁରଭଞ୍ଜ ଜିଲ୍ଲକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ଏହି ଦୁଇ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ପବନରେ ବେଗ ଘଣ୍ଟାପ୍ରତି ରହିପାରେ ୩୦-୪୦ କିଲୋମିଟର।
ଅଧିକ ପଢ଼ନ୍ତୁ: ପୁରୀରେ ପ୍ରବଳ ଭିଡ଼: ସତର୍କ କଲା ପୋଲିସ...
ବାକି ୧୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ। ସେସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ବି ପବନ ବହିବା ସମ୍ଭାବନା ରହିଛି। ଅନ୍ୟପଟେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ବି ରହିଛି।
ତେବେ ସମ୍ଭାବ୍ୟ ଲଘୁଚାପର ପ୍ରଭାବ ଓଡ଼ିଶାରେ ପଡ଼ିବ କି ନାହିଁ ସ୍ପଷ୍ଟ ସୂଚନା ଦେଇନି ପାଣିପାଗ ବିଭାଗ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)