Advertisment

୧୯ରେ ପୁଣି ଲଘୁଚାପ ! କାଲି ୧୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୧୯ରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ ତାରିଖରୁ ପୁଣି ବର୍ଷା ଆରମ୍ଭ ହେବ।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Heavy Rainfall Alert Likely In 16 Districts Of Odisha

Heavy Rainfall Alert Likely In 16 Districts Of Odisha

ଲଘୁଚାପ ଯୋଗୁ ଲଗାଣ ବର୍ଷା ଓ ବନ୍ୟାରେ ଅଧା ଓଡ଼ିଶା ବୁଡ଼ିଥିବା ବେଳେ ଆସନ୍ତା ୧୯ରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଉତ୍ତର ବଙ୍ଗୋପସାଗରରେ ଏହି ଲଘୁଚାପ ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ୧୮ ତାରିଖରୁ ପୁଣି ବର୍ଷା ଆରମ୍ଭ ହେବ।

Advertisment

୧୮ରେ ପ୍ରବଳ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ, କନ୍ଧମାଳ, କଳାହାଣ୍ଡି, ଦେବଗଡ଼, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡା ଏବଂ ଢେଙ୍କାନାଳ। ୧୯ ଓ ୨୦ ତାରିଖରେ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ। ଏପରିକିି ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବା ସମ୍ଭାବନା ରହିଛି। 

Advertisment

ସେପଟେ ରାଜ୍ୟରେ ବନ୍ୟା ପରିସ୍ଥିତି ଗମ୍ଭୀର ରହିଛି। କଟକ ମୁଣ୍ଡଳୀଠାରେ ମହାନଦୀରେ ୧୨ ଲକ୍ଷ କ୍ୟୁସେକ୍‌ରୁ ଅଧିକ ପାଣି ପାସ୍ କରୁଥିବାରୁ ଆଗାମୀ ୨-୩ ଦିନ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ରହିବ। ଏହାରି ଭିତରେ ତେଲ୍ ନଦୀରେ ପାଣି କମିବା ଓ ବର୍ଷା ପରିମାଣ କମିଥିବାରୁ ହୀରାକୁଦ ଡ୍ୟାମ୍‌ର ମୋଟ୍ ୪୦ଟି ଗେଟ୍ ଖୋଲା ଯାଇଛି। ସେପଟେ ବନ୍ୟା ପାଇଁ ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଆଲର୍ଟରେ ରଖାଯାଇଛି।

ବନ୍ୟା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିଛନ୍ତି। ବନ୍ୟାରେ ଯେପରି ଗୋଟିଏ ବି ଜୀବନହାନି ନହୁଏ ଓ ଯୋଗଯୋଗରେ ବିଭ୍ରାଟ ନହୁଏ ତାକୁ ସୁନିଶ୍ଚିତ କରିବାକୁ ସେ ଗୁରୁତ୍ୱ ଦେଇଛନ୍ତି।

Rain In Odisha Flood In Odisha Heavy Rainfall Alert Weather In Odisha Odisha Flood Fury
Advertisment
Advertisment