Advertisment

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା, ଏହି ୨ ଦିନ ପ୍ରବଳ ବର୍ଷା ହୋଇପାରେ

ଆସନ୍ତା ୬ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ୬ ତାରିଖରେ ଲଘୁଚାପ ସୃଷ୍ଟି ହେଲେ ୬ ଓ ୭ ଏହି ୨ ଦିନ ପ୍ରବଳ ବର୍ଷା ହୋଇପାରେ।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Heavy Rainfall Alert

Heavy Rainfall Alert

ଭୁବନେଶ୍ୱର: ଆସନ୍ତା ୬ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ୬ ତାରିଖରେ ଲଘୁଚାପ ସୃଷ୍ଟି ହେଲେ ୬ ଓ ୭ ଏହି ୨ ଦିନ ପ୍ରବଳ ବର୍ଷା ହୋଇପାରେ। 

Advertisment

ସେହିପରି ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହେବାକୁ ଥିବାବେଳେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାଶଙ୍କ ସୂଚନା ଅନୁସାରେ, ସେପ୍ଟେମ୍ବର ୬ ବେଳକୁ ଉତ୍ତର ବଙ୍ଗୋପସାଗର ଓ ଏହାର ତତ୍‌ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୬ ଓ ୭ ତାରିଖରେ ଓଡ଼ିଶାରେ ଏହାର ସର୍ବାଧିକ ପ୍ରଭାବ ରହିବ। ଏହାର ପ୍ରଭାବରେ ୨୪ ଘଣ୍ଟାରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହେବାକୁ ଥିବାବେଳେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବର୍ଷା ହୋଇପାରେ।’

Advertisment

ଶ୍ରାବଣ ଯାଇ ଭାଦ୍ରବ ହେଲାଣି, କିନ୍ତୁ ବର୍ଷାର ଲୁଚକାଳି ଖେଳ ପାଇଁ ଏବେ ହତାଶ ହୋଇ ପଡିଛନ୍ତି ଚାଷୀ। ଚାଷଜମିରେ ଯେଉଁଠି ଦିନେ ଅସରାଏ ବର୍ଷା ହେଲେ ଚାଷୀ ଚାଷ କରି ସୁନାର ଫସଲ ଅମଳ କରୁଥିଲା, ଏବେ ସେଠି ଜମି ଫାଟି ଆଁ କରିଛି। ବର୍ଷାର ଲୁଚକାଳି ଖେଳ ପାଇଁ ହଇରାଣ ହେଉଛନ୍ତି ଚାଷୀ। ଢେଙ୍କାନାଳ ଜିଲ୍ଲାର ଅଧିକାଂଶ ବ୍ଲକରେ ନିଅଣ୍ଟିଆ ବର୍ଷା ପାଇଁ କେଉଁଠି ମରୁଡ଼ି ପରିସ୍ଥିତି ତ ଆଉ କେଉଁଠି ତଳି ନଷ୍ଟ ହେବାକୁ ବସିଲାଣି। 

Heavy Rainfall Weather Alert Weather Forecast Heavy Rainfall Alert Weather In Odisha
Advertisment
Advertisment