Advertisment

ଆଜିଠୁ ୩ ଦିନ ଯାଏ ପ୍ରବଳ ବର୍ଷିବ, ୫୦ କିମି ବେଗରେ ବହିବ ପବନ

୧୨ରେ ପାରାଦୀପ ନିକଟରେ ଦୁର୍ବଳ ହୋଇ ବାତ୍ୟା ରୂପରେ ଅତିକ୍ରମ କରିବ।

ଅଦ୍ୟତନ ହୋଇଛି
cyclone Alert

cyclone Alert

Advertisment

ବାତ୍ୟା ଅସାନି ପ୍ରଭାବରେ କିଛି କିଛି ସ୍ଥାନରେ ଆରମ୍ଭ ହୋଇଗଲାଣି ବର୍ଷା। ଆଜିଠୁ ଆସନ୍ତା ୩ ଦିନ ଧରି ୭ ଉପକୂଳ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ। କିଛି ଜିଲ୍ଲାରେ ଘଣ୍ଟା ପ୍ରତି ପ୍ରାୟ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ଥିବାରୁ ଏହାକୁ ନେଇ ଉପକୂଳ ଜିଲ୍ଲାରେ ବଢ଼ିଛି ସତର୍କତା। ଆଜି ଗଜପତି, ଗଞ୍ଜାମ ଓ ପୁରୀରେ ମଧ୍ୟମରୁ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ କରାଯାଇଛି।

Advertisment

୧୧ରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁରରେ ବର୍ଷିବ। ସେହିଭଳି ୧୨ରେ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱରରେ ବର୍ଷା ହେବ। ଏହା ସହ ୧୨ରେ ପାରାଦୀପ ନିକଟରେ ଦୁର୍ବଳ ହୋଇ ବାତ୍ୟା ରୂପରେ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ପୁରୀଠାରୁ ପ୍ରାୟ ୫୯୦ କିଲୋମିଟର ଦୂରରେ ଅସାନି। ଦକ୍ଷିଣ, ଦକ୍ଷିଣ-ପଶ୍ଚିମ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି।ସେହିପରି ଏହା ଗୋପାଳପୁରଠାରୁ ଦକ୍ଷିଣ, ଦକ୍ଷିଣ-ପଶ୍ଚିମରେ ୫୧୦ କିଲୋମିଟରେ ଦୂରରେ ରହିଛି। ଘଣ୍ଟା ପ୍ରତି ୧୨ କିଲୋମିଟର ବେଗରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରୁଥିବା ପାଣିପାଗ ବିଭାଗ ସୂଚନା ଦେଇଛି। .

Cyclone Alert Cyclone Impact In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ