ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି। ଆଜି ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଏହି ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ, ଝାରସୁଗୁଡ଼ା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ କଟକରେ ପ୍ରବଳ ବର୍ଷା ହୋଇପାରେ। ତେବେ ୧୨ ତାରିଖଠାରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବା ସମ୍ଭାବନା ରହିଛି ।
Warning for Day-1 & Day-2:
— Meteorological Centre, Bhubaneswar (@mcbbsr) September 7, 2023
Day- 3 to Day- 5: NIL pic.twitter.com/nzUXLLeNVW