Advertisment

ଆଜି ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ...

ଗତ ୨-୩ ଦିନ ଧରି ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତା ୨୯ ତାରିଖ ଯାଏ ପ୍ରବଳ ବର୍ଷା ହୋଇପାରେ।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
IMD Odisha Rainfall Alert

Heavy Rainfall Alert To 11 Districts Of Odisha

ମୌସୁମୀ ବର୍ଷା ସାଙ୍ଗକୁ ରାଜ୍ୟରେ ଲଘୁଚାପ ଜନିତ ବର୍ଷା ସକ୍ରିୟ ରହିଛି। ଗତ ୨-୩ ଦିନ ଧରି ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତା ୨୯ ତାରିଖ ଯାଏ ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Advertisment

ଆଜି ୧୧ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୁବର୍ଣ୍ଣପୁର, ସମ୍ବଲପୁର,  ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଂଜବାଲେଶ୍ୱର। ସେପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଦକ୍ଷିଣ ଓଡ଼ିଶାର ଜିଲ୍ଲାର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ପାଇଁ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

Odisha Monsoon Rainfall Alert Weather Update
Advertisment
Advertisment