Heavy Rainfall Alert To 4 Districts Of Odisha
ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଅତି ପ୍ରବଳ ବର୍ଷା ହେବର ସମ୍ଭାବନା ରହିଛି। ଏନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ।
ସମ୍ପୃକ୍ତ ଜିଲ୍ଲାର କିଛି ସ୍ଥାନରେ ୭ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା କରାଯାଇଛି।
ସେହିପରି ପ୍ରବଳ ବର୍ଷା ନେଇ ଅନ୍ୟ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଯାଜପୁର, ଭଦ୍ରକ, ଦେବଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ ଓ ବାଲେଶ୍ୱର।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/____1690871761.jpg)