Advertisment

ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ପ୍ରବଳ ବର୍ଷା ଆଶଙ୍କାରେ ଆଜି ରାଜ୍ୟର ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୧ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Rainfall Alert In Odisha

Heavy Rainfall Alert To 8 Districts Of Odisha

ଲଘୁଚାପ ଏବଂ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି। ପ୍ରବଳ ବର୍ଷା ଆଶଙ୍କାରେ ଆଜି ରାଜ୍ୟର ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୧ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

Advertisment

ବିଶେଷ କରି ପଶ୍ଚିମ ଓଡ଼ିଶାସମ୍ବଲପୁର, ସୁବର୍ଣ୍ଣପୁରସୁନ୍ଦରଗଡ, ବରଗଡ଼, ଦେବଗଡ଼, ବଲାଙ୍ଗିର, ନୂଆପଡ଼ା ଏବଂ ଝାରସୁଗୁଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ମୟୂରଭଂଜ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଏହି ସ୍ଥାନ ଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। 

Weather Update Rainfall Alert
Advertisment
Advertisment