Heavy Rainfall Alert To Various Districts Of Odisha
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷାର ପରିମାଣ ବଢ଼ିପାରେ। ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତାକାଲି ମଧ୍ୟ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ମୁଖ୍ୟତଃ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ରାୟଗଡ଼ା ଓ ନୂଆପଡ଼ା ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୭ ଓ ୮ ତାରିଖରେ ମଧ୍ୟ କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/s_1688523950.jpg)