Advertisment

ପାଣିପାଗ ବିଭାଗର ସତର୍କ ସୂଚନା- ୫ ଦିନ ପ୍ରବଳ ବର୍ଷିବ !

ଆଜି ଅଧିକାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Heavy Rainfall In Next 5 Days In Odisha

Heavy Rainfall In Next 5 Days In Odisha

Advertisment

ଆସନ୍ତା ୫ ଦିନ ଅର୍ଥାତ୍ ଜୁଲାଇ ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ। ଆଜି ଅଧିକାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାସହ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। 

Advertisment

ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତା ୨ ଦିନରେ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ।

ପ୍ରବଳ ବର୍ଷା ଓ କାଳବୈଶାଖୀକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଯେକୌଣସି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ଲାଗି ପ୍ରଶାସନିକ ପ୍ରସ୍ତୁତି କରିବାକୁ SRC ପରାମର୍ଶ ଦେଇଛନ୍ତି। ଜୁନ୍ ମାସ ପ୍ରଥମାର୍ଦ୍ଧରେ ଅଧିକାଂଶ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିଲା।

Advertisment
Rain In Odisha Heavy Rainfall Alert Weather In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ