Advertisment

ପୁଣି ଆସୁଛି ଲଘୁଚାପ ! ୧୯ରେ ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ପୁଣି ଆସୁଛି ଲଘୁଚାପ ! ୧୮ରେ ଦକ୍ଷିଣ ଓଡ଼ିଶାରେ ଓ ୧୯ରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Heavy Rainfall Likely In 12 Districts Of Odisha

Heavy Rainfall Likely In 12 Districts Of Odisha

ପୁଣି ଆସୁଛି ଲଘୁଚାପ ! ସେପ୍ଟେମ୍ବର ୧୮ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଫଳରେ ୧୮ରେ ଦକ୍ଷିଣ ଓଡ଼ିଶା ରେ ଓ ୧୯ରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Advertisment

୧୯ରେ ରାଜ୍ୟରେ ବିସ୍ତୃତ ବର୍ଷା ସହ ବର୍ଷାର ପରିମାଣ ବଢ଼ିପାରେ। ୧୯ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ପୂର୍ବାନୁମାନ କରାଯାଇଛି।  ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା, ପୁରୀ, କଟକ ଜଗତସିଂହପୁର

Advertisment

Heavy Rainfall Rain In Odisha Low Pressure Alert Weather In Odisha
Advertisment
Advertisment