Advertisment

ପାଣିପାଗ ବିଭାଗର ୱାର୍ଣ୍ଣିଂ- କାଲି ୧୨ ଜିଲ୍ଲାରେ ବର୍ଷିବ !

ଆସନ୍ତାକାଲି ୧୨ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Heavy Rainfall Likely In 12 Districts Of Odisha

Heavy Rainfall Likely In 12 Districts Of Odisha

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତାକାଲି ୧୨ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Advertisment

ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ନୟାଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ। ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। 

ସେହିପରି ସେପ୍ଟେମ୍ବର ୨୭ରେ ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜ। ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। 

Advertisment

ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିଲା। କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ମଧ୍ୟ ବର୍ଷା ହୋଇଥିଲା। ଭଦ୍ରକରେ ସର୍ବାଧିକ ୬୦ ମିଲିମିଟର ବର୍ଷା ରେକର୍ଡ ହୋଇଛି।

Rain In Odisha Heavy Rainfall Alert Weather In Odisha
Advertisment
Advertisment