/odishatv-khabar/media/post_attachments/uploadimage/library/16_9/16_9_0/____1658372502.jpg)
Heavy Rainfall Likely In 13 Districts Of Odisha
ଝାଡଖଣ୍ଡ ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ସହ ମୌସୁମୀ ଜନିତ ଟ୍ରପଲାଇନ୍ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ଆକଳନ ଅନୁସାରେ, ରାଜ୍ୟରେ ଆଜିଠାରୁ ୨୪ ତାରିଖ ପର୍ଯ୍ୟନ୍ତ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି।
Advertisment
କେନ୍ଦୁଝର, ମୟୁରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡି, ସୁନ୍ଦରଗଡ, ଗଞ୍ଜାମ, ପୁରୀ, ଜଗତସିଂହପୁର, ଯାଜପୁର, ବରଗଡ, ସୋନପୁର, ନୟାଗଡ ଓ ବଲାଙ୍ଗୀର ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।
ସେପଟେ ଜୁନ୍ ୧ ତାରିଖରୁ ଜୁଲାଇ ୨୦ ସୁଦ୍ଧା ସାରା ରାଜ୍ୟରେ ୪୩୫.୬ ମିଲିମିଟର ବର୍ଷା ରେକର୍ଡ ହୋଇଛି। ରାଜ୍ୟର ୬ ଟି ଜିଲ୍ଲାରେ ସ୍ୱାଭାବିକ ଠାରୁ ଅତ୍ୟଧିକ ବର୍ଷା ରେକର୍ଡ କରାଯାଇଥିବା ବେଳେ ୨୩ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ଏବଂ ଗୋଟିଏ ଜିଲ୍ଲାରେ ସ୍ୱଳ୍ପ ବୃଷ୍ଟି ରେକର୍ଡ ହୋଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)