/odishatv-khabar/media/post_attachments/uploadimage/library/16_9/16_9_0/s_1662718384.jpg)
Heavy Rainfall Likely In 14 Districts Of Odisha
୧୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏହି ସବୁ ଜିଲ୍ଲା ଗୁଡିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ। ଆଜି ପାଇଁ ଏହିସବୁ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି୧୦ ତାରିଖରେ ୧୧ ଜିଲ୍ଲା ଓ ୧୧ ତାରିଖରେ ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହିସବୁ ଜିଲ୍ଲା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ୧୦ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
୧୧ ତାରିଖରେ ବଲାଙ୍ଗିର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହିସବୁ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ଜାରି ହୋଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)