/odishatv-khabar/media/post_attachments/uploadimage/library/16_9/16_9_0/IMAGE_1630727511.jpg)
Heavy Rainfall Alert
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ଉପକୂଳ ଓଡ଼ିଶାରେ ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
Advertisment
ପ୍ରବଳ ବର୍ଷା ସମ୍ଭାବନା ନେଇ ଆଜି ପାଇଁ ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା-ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ ଓ ରାୟଗଡା। ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ୧୬ ତାରିଖରୁ ୧୭ ତାରିଖ ସକାଳ ୮ଟା ୩୦ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର ଓ ପୁରୀରେ ପ୍ରବଳ ବର୍ଷା ହୋଇପାରେ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)