Advertisment

୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

ଲକ୍ଷୁଚାପ କ୍ଷେତ୍ର ପ୍ରଭାବରେ ପ୍ରବଳ ବର୍ଷା ହୋଇପାରେ। ଆଜି ମଧ୍ୟ ରାଜ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେଉଛି। ଟ୍ୱିନ୍‌ସିଟି କଟକ ଓ ଭୁବନେଶ୍ୱରରେ ସକାଳୁ ସକାଳୁ ବର୍ଷା ଲାଗି ରହିଛି।

Rainfall Alert

Rainfall Alert

Advertisment

ଭୁବନେଶ୍ୱର: ତାମିଲନାଡୁ ଓ ଆନ୍ଧ୍ର ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଏହା ଧିରେ ଧିରେ ଦକ୍ଷିଣ ଆଣ୍ଡାମାନ ସାଗର ଆଡ଼କୁ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। 

Advertisment

ଲକ୍ଷୁଚାପ କ୍ଷେତ୍ର ପ୍ରଭାବରେ ୯ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ୯ ଜିଲ୍ଲା ହେଲା- ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ା। ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ଏସ୍ଆରସିଙ୍କ ପକ୍ଷରୁ ସତର୍କତା ଜାରି ହୋଇଛି। ପ୍ରଶାସନିକ ଅଧିକାରୀ ସଜାଗ ରହିବାକୁ ଏସ୍ଆରସିଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। 

ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ଧିରେ ଧିରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଅଗ୍ରସର ହୋଇପାରେ। ୧୫ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏହା ଅବପାତର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୧୬ ଓ ୧୭ ତାରିଖରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବା ନେଇଅ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Advertisment

ଆଜି ମଧ୍ୟ ରାଜ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେଉଛି। ଟ୍ୱିନ୍‌ସିଟି କଟକ ଓ ଭୁବନେଶ୍ୱରରେ ସକାଳୁ ସକାଳୁ ବର୍ଷା ଲାଗି ରହିଛି। ବର୍ଷା ଯୋଗୁ ଜନଜୀବନ ପ୍ରକାର ଅସ୍ତବ୍ୟସ୍ତ ହୋଇପଡ଼ିଲାଣି।

Rainfall Alert Heavy Rainfall Warning Heavy Rainfall In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ