Advertisment

ବାତ୍ୟାକୁ ନେଇ ବଡ଼ ସୂଚନା; ଆଜି ସନ୍ଧ୍ୟାରୁ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷିବ !

ଆଜି ସନ୍ଧ୍ୟା ପରଠୁ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷିବ ନେଇ ସୂଚନା । ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବରରେ ପ୍ରବଳ ବର୍ଷା ହୋଇପାରେ ।

author-image
Sujit kumar Swain
ଅଦ୍ୟତନ ହୋଇଛି
Cyclone Dana Landfall Alert

Heavy Rainfall

ପୁଣି ବାତ୍ୟାକୁ ନେଇ ବଡ଼ ସୂଚନା। ଆଜି ସନ୍ଧ୍ୟା ପରଠୁ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷିବ ନେଇ ସୂଚନା। ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବରରେ ପ୍ରବଳ ବର୍ଷା ହୋଇପାରେ। ୨୫ରେ ମଧ୍ୟ ବର୍ଷାର ପ୍ରଭାବ ରହିବ, ୨୬ରୁ କମିବ ବର୍ଷା। ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।

Advertisment

ଅନ୍ୟପଟେ ଭିତରକନିକା-ଧାମରା ଭିତରେ ଲ୍ୟାଣ୍ଡଫଲ୍‌ କରିପାରେ ବାତ୍ୟା  । ବାତ୍ୟା 'ଦାନା' ପାଇଁ ବନ୍ଦରରେ ୪ନଂ ବିପଦ ସଂକେତ ରହିଛି  । ପାରାଦୀପ, ଧାମରା ଓ ପୁରୀ ବନ୍ଦରକୁ ୪ନଂ ବିପଦ ସଂକେତ ଦିଆଯାଇଛି। ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।

ଅଧିକ ପଢ଼ନ୍ତୁ: ବାତ୍ୟା ପାଇଁ ସବୁ ଛାନିଆ; ଜାଣନ୍ତୁ ବାତ୍ୟା ବେଳେ କ’ଣ କରିବେ, କିପରି ରହିବେ ସୁରକ୍ଷିତ...

Advertisment

ବଙ୍ଗୋପସାଗରରୁ ବଳ ଗୋଟାଇ ଆଗକୁ ବଢୁଛି ଗଭୀର ଅବପାତ। ଆଜି ସୃଷ୍ଟି ହେବ ବାତ୍ୟା, କାଲି ଭୀଷଣ ରୂପ ନେବ। ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳକୁ ବାତ୍ୟା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଗଭୀର ଅବପାତ ଏବେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଆଗକୁ ବଢୁଛି।

ବର୍ତ୍ତମାନ ପାରାଦୀପଠାରୁ ୬୭୦ କିଲୋମିଟର ଦକ୍ଷିଣପୂର୍ବ ଓ ପଶ୍ଚିମବଙ୍ଗ ସାଗର ଦ୍ବୀପରୁ ୭୨୦ କିଲୋମିଟ ଦକ୍ଷିଣ-ଦକ୍ଷିଣ ପୂର୍ବ ଦୂରରେ କେନ୍ଦ୍ରୀଭୂତ ରହିଛି ଡିପ୍ ଡିପ୍ରେସନ୍। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ବାତ୍ୟାର ରୂପ ନେବ। ଏହାପରେ ଅଧିକ ଘନୀଭୂତ ହେବ ସାମୁଦ୍ରିକ ଝଡ। ଆସନ୍ତାକାଲି ଏହା ଉତ୍ତର ପଶ୍ଚିମ ବଙ୍ଗୋପସାରରେ ଭୀଷଣ ବାତ୍ୟା ରୂପ ନେବ। 

ଅଧିକ ପଢ଼ନ୍ତୁ: ବାତ୍ୟା ମୁକାବିଲା ପ୍ରସ୍ତୁତି; ପଞ୍ଜାବରୁ ଆସିଲେ ମହିଳା NDRF ସଦସ୍ୟ

Heavy Rainfall Cyclone Cyclone Dana
Advertisment
Advertisment