Advertisment

Heavy Rainfall Alert: ଆସୁଛି ଲଘୁଚାପ, ପ୍ରବଳ ବର୍ଷିବ; ଆଲର୍ଟ ଜାରି

ଆସନ୍ତା ୧୩ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ପବନ ଆଶଙ୍କା ଥିବାରୁ ଦକ୍ଷିଣ ଓଡ଼ିଶା ଉପକୂଳ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳର ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ବାରଣ କରାଯାଇଛି।

Rain

Rain

Advertisment

ଆସନ୍ତା ୧୩ ତାରିଖରେ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ବର୍ଷା ହେବ। ୧୪ ତାରିଖ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପବନ ବି ବହିପାରେ। ତେଣୁ ଦକ୍ଷିଣ ଓଡିଶାର ୬ଟି ଜିଲ୍ଲାକୁ ଅରେଞ୍ଜ ଓ ଅନ୍ୟ ଜିଲ୍ଲାଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଅନ୍ୟପଟେ ରାଜ୍ୟରେ ଟ୍ରାପ ଲାଇନ ଓ ମୌସୁମୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୪ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ସେହିପରି ବାକି ୨୦ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ପବନ ବହିପାରେ।

ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ପବନ ଆଶଙ୍କା ଥିବାରୁ ୧୩ ତାରିଖରେ ଦକ୍ଷିଣ ଓଡ଼ିଶା ଉପକୂଳ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳର ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ବାରଣ କରାଯାଇଛି। ତେବେ ୧୩ ତାରିଖରେ ଲଘୁଚାପ ହେଲେ ମଧ୍ୟ ରାଜ୍ୟରେ ନିଅଣ୍ଟିଆ ବର୍ଷା ଲାଗି ରହିବ। ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଳ୍ପ କେତେକ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି।

Advertisment

ଅଧିକ ପଢନ୍ତୁ: ଲଗାଣ ବର୍ଷାରେ ବେହାଲ ରାଜଧାନୀ ଦିଲ୍ଲୀ, ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସମସ୍ୟା

Weather IMD Issue Low Pressure Alert IMD Issues Heavy Rainfall Warning
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ