Heavy Rain
ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତାକାଲି ଉତ୍ତରପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ପ୍ରଭାବରେ ଆଜିଠୁ ରାଜ୍ୟରେ ବଢିବ ବର୍ଷା ପରିମାଣ । କାଲି ଓ ମଙ୍ଗଳବାର ବିଭିନ୍ନ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇପାରେ ।
ଆଜି ରାଜ୍ୟର ୨୪ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିଭଳି ଆସନ୍ତାକାଲି କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବା ନେଇ ଜାରି ହୋଇଛି ଅରେଞ୍ଜ ଆଲର୍ଟ। ୧୯ରେ କୋରାପୁଟ ଓ କଳାହାଣ୍ଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡା ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ସହ ପ୍ରବଳ ବର୍ଷା ହୋଇପାରେ। ବାକି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ସମୁଦ୍ର ଅଶାନ୍ତ ରହୁଥିବାରୁ ୧୮ରୁ ୨୦ ତାରିଖ ଯାଏଁ ସମୁଦ୍ର ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ଅନ୍ୟ ପଟେ ୨୭ ତାରିଖ ଆଡକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Heavy_Rain_1755406903.jpg)