Advertisment

ଆସୁଛି ଆଉ ଏକ ଲଘୁଚାପ ! ଏହି ୨ ଦିନ ପ୍ରବଳ ବର୍ଷା ସମ୍ଭାବନା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ

ଲଘୁଚାପ ପ୍ରଭାବରେ ୧୦ ଯାଏ ରାଜ୍ୟରେ ବିସ୍ତାରିତ ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୮ ଏବଂ ୯ ତାରିଖ ମଧ୍ୟରେ କିଛ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

author-image
Rajalaxmi Sahoo
Heavy Rainfall Likely In Odisha

Heavy Rainfall Likely In Odisha

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ର ଉପକୂଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ୭ ତାରିଖ ବେଳକୁ ଉତ୍ତର-ପଶ୍ଚିମ ତତ୍‌ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଜିଠାରୁ ବର୍ଷା ବଢ଼ିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଲଘୁଚାପ ପ୍ରଭାବରେ ୧୦ ଯାଏ ରାଜ୍ୟରେ ବିସ୍ତାରିତ ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୮ ଏବଂ ୯ ତାରିଖ ମଧ୍ୟରେ କିଛ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। 

Advertisment

ବର୍ଷା ପ୍ରଭାବରେ ତଳୁଆ ଅଞ୍ଚଳରେ ପାଣି ଜମିବା ସହ କଚ୍ଚା ରାସ୍ତା ଏବଂ କଚ୍ଚା ଘର ପ୍ରଭାବିତ ହେବାର ସମ୍ଭାବନା ରହିଛି। ଅତି ପ୍ରବଳ ବର୍ଷା ପ୍ରଭାବରେ ଅସୁରକ୍ଷିତ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହୋଇପାରେ। ଚାଷୀଙ୍କୁ ସାମୟିକ ଭାବେ ଜମିରେ ୧୦ ତାରିଖ ଯାଏ କୀଟନାଶକ, ସାର, ଜଳସେଚନ କରିବା ପାଇଁ ବାରଣ କରାଯାଇଛି। ଏହାସହ ୭ରୁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ଏବଂ ୮ରୁ ୧୦ ତାରିଖ ଯାଏ ଓଡିଶା ଉପକୂଳ ଯିବାକୁ ବାରଣ କରାଯାଇଛି।

ପ୍ରବଳ ବର୍ଷା ନେଇ ଆଜି ପାଇଁ ୧୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା।ଆସନ୍ତାକାଲିଠୁ ୯ ତାରିଖ ଯାଏ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। 

Advertisment

ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଚାଷୀମାନଙ୍କ ପାଇଁ ପାଣିପାଗ ବିଭାଗ ସତର୍କତା ଜାରି କରିଛି। ୫ ଦିନ ମଧ୍ୟରେ ଖରିଫ୍ ଧାନ ବେଉଷଣ ଓ ରୁଆ କାର୍ଯ୍ୟ ସାରିଦେବା ଲାଗି ପାଣିପାଗ ବିଭାଗ ସୂଚନା ଜାରି କରିଛି।

Rain In Odisha Heavy Rainfall Alert Weather In Odisha
Advertisment
Advertisment