• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା । ଏନେଇ ସୂଚନା ଦେଲେ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ଆସନ୍ତାକାଲି ଉପକୂଳ ଓଡ଼ିଶାରେ ୪୦ରୁ ୫୦ କିମି ବେଗରେ ପବନ ବହିବ । ଏଥିସହ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୬ ତାରିଖରେ ଭଦ୍ରକ, ବାଲେଶ୍ୱରରେ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା । ଆସନ୍ତାକାଲି ସକାଳ ସୁଦ୍ଧା ବାତ୍ୟାର ରୂପ ନେବ ଓ ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ତା’ସହ ସମ୍ଭାବ୍ୟ ବାତ୍ୟାର ଗତିପଥ ଜାରି କରାଯାଇଛି । ତେବେ ବାତ୍ୟା ପୂର୍ବରୁ ସୃଷ୍ଟି ହୋଇଥିବା ଲଘୁଚାପ, ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ।

ଆଜି ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ । ପରେ ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇ ବାଂଲାଦେଶ ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ସମୁଦ୍ର ମଧ୍ୟରେ ପହଞ୍ଚିବାର ସମ୍ଭାବନା ରହିଛି । ଓଡ଼ିଶାରେ କିନ୍ତୁ ଏହି ସମ୍ଭାବ୍ୟ ବାତ୍ୟାର ସିଧାସଳଖ ପ୍ରଭାବ ରହିବ ନାହିଁ ବୋଲି ସୂଚନା ଦେଇଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।

୨୬ରେ ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୭ରେ ମଧ୍ୟ ଉତ୍ତର ଓଡ଼ିଶାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି । ସୂଚନାଯୋଗ୍ୟ ମେ’୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ନିକୋବର ଦ୍ୱୀପ ପୁଞ୍ଜ ଛୁଇଁଛି । କେରଳକୁ ମୌସୁମୀ ବାୟୁ ଛୁଇଁବା ପରେ ଓଡ଼ିଶାରେ କେବେ ମୌସୁମୀ ବାୟୁ ପହଞ୍ଚିବ ସେନେଇ କୁହାଯାଇପାରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

OTV is now on Whatsapp

Join and get latest news update delivered to you via whatsapp

Join Now