Advertisment

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା, ଓଡ଼ିଶାର ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ

ଆସନ୍ତାକାଲି ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

author-image
Rajalaxmi Sahoo
Heavy Rainfall Alert

Heavy Rainfall Alert

ଭୁବନେଶ୍ୱର: ଆସନ୍ତାକାଲି ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ୧୧ ତାରିଖରୁ ଧିରେ ଧିରେ ବର୍ଷା ପରିମାଣ ବଢ଼ିପାରେ। ମୁଖ୍ୟତଃ ଉପକୂଳ ସହ ଆଭ୍ୟନ୍ତରୀଣ ଓଡିଶାରେ ଅଧିକ ବର୍ଷା ହୋଇପାରେ।

Advertisment

ଖୋର୍ଦ୍ଧା, ଜଗତସିଂହପୁର, କଟକ, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର ଓ ମୟୂରଭଞ୍ଜରେ ବର୍ଷା ଅଧିକା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ୧୨ତାରିଖ ବେଳକୁ ଉପକୂଳ ଓଡିଶା ସହ ଆଭ୍ୟନ୍ତରୀଣ ଓଡିଶାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌.ଆର ବିଶ୍ୱାସଙ୍କ ସୂଚନା ଅନୁସାରେ, ‘୧୧ ତାରିଖ ପାଖାପାଖି ଉତ୍ତର ବଙ୍ଗୋପସାଗର ଓ ଏହା ତତ୍‌ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୧ ତାରିଖରୁ ବର୍ଷାର ପରିମାଣ ବଢ଼ିପାରେ। ୧୧ ତାରିଖରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୧୨ ଓ ୧୩ ତାରିଖରେ ପ୍ରବଳରୁ ଅଧିକ ମାତ୍ରାରେ ପ୍ରବଳ ବର୍ଷା ହୋଇପାରେ।’ 

Odisha Heavy Rainfall Alert Weather In Odisha
Advertisment
Advertisment