Advertisment

ପୂଜା ମଉଜକୁ ଫିକା କରିବ ବର୍ଷା ! କାଲିଠୁ ଅଷ୍ଟମୀ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨ ତାରିଖରୁ ଅର୍ଥାତ୍‌ ମହାସପ୍ତମୀରୁ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି ଉପକୂଳ ଓଡ଼ିଶାର ୧୧ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Rain Forecast During Durga Puja

Rain Forecast During Durga Puja

ଏଥର ଫିକା ପଡ଼ିପାରେ ଶାରଦୀୟ ଦୁର୍ଗାପୂଜା। ଆସନ୍ତାକାଲିଠୁ ଅର୍ଥାତ୍‌ ଷଷ୍ଠୀଠୁ ମହାଷ୍ଟମୀ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱ ର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆସନ୍ତା ୨ ତାରିଖରୁ ଅର୍ଥାତ୍‌ ମହାସପ୍ତମୀରୁ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି ଉପକୂଳ ଓଡ଼ିଶାର ୧୧ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। 

Advertisment

ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାରେ ବି ବର୍ଷା ହେବାର ସମ୍ଭାବନା ରହିଛି। ମହାଷ୍ଟମୀରେ ମଧ୍ୟ ଭିଜିବ ପୂରା ଓଡ଼ିଶା। ସେପ୍ଟେମ୍ବର ୧ ସକାଳ ସାଢ଼େ ୮ଟାରୁ ୨ ତାରିଖ ସକାଳ ସାଢ଼େ ୮ଟା ଯାଏ ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକବାଲେଶ୍ୱର। 

ସେପ୍ଟେମ୍ବର ୨ ସକାଳ ସାଢ଼େ ୮ଟାରୁ ୩ ତାରିଖ ସକାଳ ସାଢ଼େ ୮ଟା ଯାଏ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝରମୟୂରଭଞ୍ଜ। 

Advertisment

ଅନ୍ୟପକ୍ଷେ, ଅକ୍ଟୋବର ପହିଲାରେ ଉତ୍ତର-ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି।  ଏହାର ପ୍ରଭାବରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Rain In Odisha Heavy Rainfall Alert Heavy Rainfall In Odisha Weather In Odisha Durga Puja 2022
Advertisment
Advertisment