Advertisment

ପାର୍ବଣରେ ଛେଚିବ ଲଘୁଚାପ ବର୍ଷା

ବର୍ଷାରେ ଭିଜିବ ଦଶହରା। ଉତ୍ତର ଆଣ୍ଡାମାନ ସାଗରେ ଘନଉଥିବା ଘୂର୍ଣ୍ଣିବଳୟ ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ତେବେ ବାତ୍ୟାର ରୂପ ନେବ କି ନାହିଁ ସେନେଇ ପାଣିପାଗ ବିଭାଗ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ।

author-image
Sarbeswar
undefined

heavy rain

ଭୁବନେଶ୍ୱର: ବର୍ଷାରେ ଭିଜିବ ଦଶହରା। ଉତ୍ତର ଆଣ୍ଡାମାନ ସାଗରେ ଘନଉଥିବା ଘୂର୍ଣ୍ଣିବଳୟ ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ତେବେ ବାତ୍ୟାର ରୂପ ନେବ କି ନାହିଁ ସେନେଇ ପାଣିପାଗ ବିଭାଗ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ। ଅନ୍ୟପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଲାଗି ରହିଥିବାରୁ ଆଜି ସକାଳ ସାଢ଼େ ୮ଟା ଯାଏ ୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଆସନ୍ତା ୪ରୁ ୫ ଦିନ ଭିତରେ ଏହି ଲଘୁଚାପ ସମୁଦ୍ର ଭିତରେ ବଳ ଗୋଟାଇ ଅଧିକ ଶକ୍ତିଶାଳି ହେବା ସହ ପଶ୍ଚିମ - ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଆଡ଼କୁ ମହାଁଇବ। ଏହାକୁ ନେଇ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତିକୁ ବର୍ଷା ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଲଘୁଚାପ ଘନୀଭୂତ ହେଲା ପରେ ବାତ୍ୟାର ରୂପ ନେବ ନା ନାହିଁ, ଯଦି ବାତ୍ୟା ହୁଏ ତାର ପ୍ରଭାବ କେତେ ରହିବ, ଗତିପଥ କଣ ହେବ ତାହା ପରବର୍ତ୍ତୀ ସମୟରେ ସ୍ପଷ୍ଟ ହେବ। କିନ୍ତୁ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Advertisment
Odisha Rain Aleart Durga Puja 2021
Advertisment
Advertisment