Advertisment

ଆଜିଠୁ ପ୍ରବଳ ବର୍ଷା ! ଅଶାନ୍ତ ରହିପାରେ ସମୁଦ୍ର, ଏହିସବୁ ଜିଲ୍ଲାବାସୀ ସତର୍କ ରୁହନ୍ତୁ...

୨୭ ତାରିଖ ଯାଏ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ପ୍ରବଳ ବର୍ଷା ନେଇ ଆଜି ଓ ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Heavy Rain Alert For Odisha

Heavy rainfall to lash various parts of Odisha for next three days

ଆଜିଠୁ ତିନି ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୭ ତାରିଖ ଯାଏ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ପ୍ରବଳ ବର୍ଷା ନେଇ ଆଜି ଓ ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଆଜି ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ଆସନ୍ତାକାଲି ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଏବଂ ବଲାଙ୍ଗିର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

Advertisment

ସୂଚନାଥାଉ କି, ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆସନ୍ତାକାଲି ଅବପାତର ରୂପ ନେଇପାରେ। ପରେ ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଉତ୍ତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡ଼ିଶା ମଧ୍ୟ ଦେଇ ଗତି କରିବା ସମ୍ଭାବନା ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଲଘୁଚାପ ଏବଂ ଶକ୍ତିଶାଳୀ ମୌସୁମୀ ପ୍ରବାହ ହେତୁ ଓଡ଼ିଶା ଉପକୂଳର ଆଖପାଖ ଅଞ୍ଚଳ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜିଠୁ ୨୭ ତାରିଖ ଯାଏ ପ୍ରବଳ ବର୍ଷା ଲାଗି ରହିବ।

ଏହାସହ ଘଣ୍ଟା ପ୍ରତି ୪୫ ରୁ ୫୫ କି.ମି. ବେଗରେ ପବନ ମଧ୍ୟ ବହିପାରେ। ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ସାମୟିକ ଭାବେ ତଳୁଆ ଅଞ୍ଚଳରେ ପାଣି ଜମିବା, ତୀବ୍ର ବୃଷ୍ଟିପାତ ସମୟରେ ରାସ୍ତାରେ ଦୃଶ୍ୟମାନ ଦୂରତା କମିବା, ଯାତାୟାତ ବାଧାପ୍ରାପ୍ତ ହେବା, ସହରାଞ୍ଚଳରେ ଟ୍ରାଫିକ ଜନିତ ସମସ୍ୟା ଉପୁଜିବା ଆଶଙ୍କା ରହିଛି।

Advertisment

ସେହିପରି ମୂଷଳ ଧାରାରେ ବର୍ଷା ପ୍ରଭାବରେ ମାଟି କାନ୍ଥ ପଡ଼ିବା, ଉଭୟ କଚ୍ଚା ଘର ଏବଂ କଚ୍ଚା ରାସ୍ତା ପ୍ରଭାବିତ ହେବା, ଚାଷ ଜମିରେ ପାଣି ଜମିବା ଏବଂ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ଥିବାରୁ ଏଥିପାଇଁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଆଜିଠୁ ୨୭  ତାରିଖ ଯାଏ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। 

Weather Update Heavy Rainfall Alert
Advertisment
Advertisment