/odishatv-khabar/media/post_attachments/uploadimage/library/16_9/16_9_0/____1664592061.jpg)
Heavy Rainfall Warning Over Odisha
ବର୍ଷାରେ ଭିଜିବ ପାର୍ବଣ ! ଆଜିଠୁ ୪ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଉତ୍ତର ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ଥିବା ବେଳେ କାଲି ମହାସପ୍ତମୀରେ ଭିଜିବ ସମ୍ପୂର୍ଣ୍ଣ ଉପକୂଳ ଓଡ଼ିଶା। ସେହିପରି ମହାଷ୍ଟମୀରେ ୩ ତାରିଖରେ ସାରା ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଆଜି ପାଇଁ ୪ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର। ଆସନ୍ତାକାଲି ମଧ୍ୟ ବର୍ଷା ନେଇ ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।
#PressRelease on Increase in rainfall activity with isolated heavy to very heavy rainfall over Odisha during 2nd to 5th October, 2022 pic.twitter.com/h4U1SmQWpA
— Meteorological Centre, Bhubaneswar (@mcbbsr) September 30, 2022
ସେପ୍ଟେମ୍ବର ୩ ତାରିଖରେ ୧୭ ଜିଲ୍ଲା ଏବଂ ୪ ତାରିଖରେ ୧୯ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେପ୍ଟେମ୍ବର ୩ ତାରିଖ ପାଇଁ ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାକୁ ସତର୍କ ସୂଚନା ଜାରି ହୋଇଛି।
ସେହିପରି ୪ ତାରିଖ ପାଇଁ ୧୯ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ବଲାଙ୍ଗିର, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)