Advertisment

ବର୍ଷାରେ ଭିଜିବ ପାର୍ବଣ ! ପାଣିପାଗ ବିଭାଗର ଓ୍ୱାର୍ଣ୍ଣିଂ- କାଲିଠୁ ପ୍ରବଳ ବର୍ଷା ସମ୍ଭାବନା

ଆଜି ଉତ୍ତର ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ଥିବା ବେଳେ କାଲି ମହାସପ୍ତମୀରେ ଭିଜିବ ସମ୍ପୂର୍ଣ୍ଣ ଉପକୂଳ ଓଡ଼ିଶା। ସେହିପରି ମହାଷ୍ଟମୀରେ ୩ ତାରିଖରେ ସାରା ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।

ଅଦ୍ୟତନ ହୋଇଛି
Heavy Rainfall Warning Over Odisha

Heavy Rainfall Warning Over Odisha

Advertisment

ବର୍ଷାରେ ଭିଜିବ ପାର୍ବଣ !  ଆଜିଠୁ ୪ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଉତ୍ତର ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ଥିବା ବେଳେ କାଲି ମହାସପ୍ତମୀରେ ଭିଜିବ ସମ୍ପୂର୍ଣ୍ଣ ଉପକୂଳ ଓଡ଼ିଶା। ସେହିପରି ମହାଷ୍ଟମୀରେ ୩ ତାରିଖରେ ସାରା ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Advertisment

ଆଜି ପାଇଁ ୪ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର। ଆସନ୍ତାକାଲି ମଧ୍ୟ ବର୍ଷା ନେଇ ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। 

Advertisment

ସେପ୍ଟେମ୍ବର ୩ ତାରିଖରେ ୧୭ ଜିଲ୍ଲା ଏବଂ ୪ ତାରିଖରେ ୧୯ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେପ୍ଟେମ୍ବର ୩ ତାରିଖ ପାଇଁ ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାକୁ ସତର୍କ ସୂଚନା ଜାରି ହୋଇଛି। 

ସେହିପରି ୪ ତାରିଖ ପାଇଁ ୧୯ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ବଲାଙ୍ଗିର, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର। 

Advertisment
Heavy Rainfall Alert Durga Puja 2022
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ