• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲି ପ୍ରବଳ ବର୍ଷା ହୋଇଛି । ବିଶେଷ କରି କଟକ-ଭୁବନେଶ୍ୱର ଅଞ୍ଚଳରେ ବର୍ଷାର ପରିମାଣ ଅଧିକ ରହିଛି । ରାଜଧାନୀ ଭୁବନେଶ୍ୱରରେ ସକ୍ରିୟ ଥିବା ନିମ୍ନ ଚାପ ରେଖା ଏବଂ ଘୁର୍ଣ୍ଣି ବଳୟ ପ୍ରଭାବରେ ପୂର୍ବ ଦିଗରୁ ବଙ୍ଗୋପସାଗର ମଧ୍ୟରୁ ରାଜ୍ୟକୁ ପ୍ରବେଶ କରୁଥିବା ମେଘ ଖଣ୍ଡ ପ୍ରଭାବରେ ବର୍ଷା ଲାଗିରହିଛି । ଫଳରେ ବିଭିନ୍ନ ସ୍ଥାନରେ ସାମୟିକ ଜଳବନ୍ଦି ଅବସ୍ଥା ଦେଖାଦେଇଥିଲା ।

ସେପଟେ ଆଗାମୀ ୨୪ ଘଣ୍ଟା ପାଇଁ ପାଣିପାଗର ନିୟାମକ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେଣୁ ବୌଦ୍ଧ, ଗଞ୍ଜାମ, କନ୍ଧମାଳ ଏବଂ କଳାହାଣ୍ଡି ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ପୁରୀ, ଖୋର୍ଦ୍ଧା, ରାୟଗଡ଼ା, ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, କୋରାପୁଟ, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଏବଂ ଗଜପତି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି ।

ତେବେ ଆଗାମୀ ୪ ଦିନ ଯାଏଁ ଗଂଜାମ, ନୟାଗଡ, କନ୍ଧମାଳ ଏବଂ ବୌଦ୍ଧର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏସବୁ ସ୍ଥାନକୁ ଅରେଂଜ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୩ରୁ ୪ ଦିନ ଯାଏ ବର୍ଷା ଲାଗି ରହିବ । ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।