• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ତୁହାକୁ ତୁହା ବର୍ଷା ଜାରି ରହିଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସୁଦୃଶଃ ଲଘୁଚାପରେ ପରିଣତ ହୋଇଛି। ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଏବେ ସକ୍ରିୟ ରହିଛି ସୁଦୃଶଃ ଲଘୁଚାପ। ଆଗାମୀ ୨ ଦିନ ଯାଏ ଓଡ଼ିଶା ଓ ଛତିଶଗଡ଼ ଦେଇ ଅତିକ୍ରମ ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଆସନ୍ତା ୪ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଲଘୁଚାପ ସକ୍ରିୟ ଥିବାରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଆସନ୍ତା ୩ ଘଣ୍ଟା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ଢେଙ୍କାନାଳ । ଏହାସହ ଭୁବନେଶ୍ୱର ଓ କଟକ ସହରକୁ ମଧ୍ୟ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।