Heavy to very heavy rain likely in 6 districts of odisha
ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ତୁହାକୁ ତୁହା ବର୍ଷା ଜାରି ରହିଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସୁଦୃଶଃ ଲଘୁଚାପରେ ପରିଣତ ହୋଇଛି। ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଏବେ ସକ୍ରିୟ ରହିଛି ସୁଦୃଶଃ ଲଘୁଚାପ। ଆଗାମୀ ୨ ଦିନ ଯାଏ ଓଡ଼ିଶା ଓ ଛତିଶଗଡ଼ ଦେଇ ଅତିକ୍ରମ ସମ୍ଭାବନା ରହିଛି।
ଏହାର ପ୍ରଭାବରେ ଆସନ୍ତା ୪ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଲଘୁଚାପ ସକ୍ରିୟ ଥିବାରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଆସନ୍ତା ୩ ଘଣ୍ଟା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ଢେଙ୍କାନାଳ । ଏହାସହ ଭୁବନେଶ୍ୱର ଓ କଟକ ସହରକୁ ମଧ୍ୟ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/s_1694661923.jpg)