/odishatv-khabar/media/post_attachments/uploadimage/library/16_9/16_9_0/IMAGE_1687660713.jpg)
weather update
ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ସୃଷ୍ଟି ହୋଇପାରେ ଲଘୁଚାପ । ଆଗାମୀ କିଛି ଘଣ୍ଟା ଭିତରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ୭ ଦଶମିକ ୬ କିମି ଉଚ୍ଚତା ଯାଏଁ ବାୟୁମଣ୍ଡଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ ହେବ। ଆଜି ପାଇଁ ୮ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ କଟକରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ ବୌଦ୍ଧ ସମେତ ୧୦ ଜିଲ୍ଲାକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଗତ ୨ଦିନ ଧରି ରାଜ୍ୟରେ ଜାରି ରହିଛି କୋହଲା ପାଗ । କେତେକାଂଶ ଅଞ୍ଚଳରେ ବର୍ଷା ମଧ୍ୟ ଲାଗି ରହିଛି । ବାୟୁମଣ୍ଡଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ହେବ ବୋଲି କୁହାଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)