Advertisment

୨ ଦିନ ପ୍ରବଳ ବର୍ଷିବ ! ୧୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଆଜି ଓ ଆସନ୍ତାକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିବ। ଆଜି ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ମଧ୍ୟ ଆଜି ବର୍ଷା ସମ୍ଭାବନା ରହିଛି।

Rainfall Likely In Next Two Days

Rainfall Likely In Next Two Days

Advertisment

ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ଥିବାରୁ ଆଜି ଓ ଆସନ୍ତାକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିବ। ଆଜି ଅପେକ୍ଷା ଆସନ୍ତାକାଲି ସାମାନ୍ୟ କମ୍ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଆକଳନ କରାଯାଇଛି। ତେବେ ୨୮ ଓ ୨୯ ତାରିଖରେ ପୁଣି ବର୍ଷା ହେବ। 

Advertisment

ଆଜି ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ମଧ୍ୟ ଆଜି ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ କରାଯାଇଛି।

ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ବୌଦ୍ଧ, ସୋନପୁର ଓ ଅନୁଗୁଳ ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେବା ସମ୍ଭାବନା ରହିଛି। ଏହାପୂର୍ବରୁ ଗତକାଲି ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରେକର୍ଡ କରାଯାଇଛି। 

Advertisment
Rain In Odisha Rainfall Alert Weather In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ